ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୯,୭୬୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୭୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୯,୭୬୩ ଥିବା ବେଳେ ବର୍ତମାନ ସୁଦ୍ଧା ୪୬୯୭୨୪ଜଣ ମୃତ୍ୟୁ ବରଣ କରିଛନ୍ତି ।
ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୯୮,୬୧୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୬୪,୩୫,୧୦,୯୨୬ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
Comments are closed.