ରାଜ୍ୟରେ ଗୋଟିଏ ଦିନରେ ୨୭୦ କରୋନା ଆକ୍ରାନ୍ତ ଚିହ୍ନଟ

72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୮୬୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୯୭୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୨୫ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୭୦ ଜଣଙ୍କ ମଧ୍ୟରୁ ୧୫୯ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

Comments are closed.