ରାଜ୍ୟରେ ଗୋଟିଏ ଦିନରେ ୧୯୩ କରୋନା ଆକ୍ରାନ୍ତ ଚିହ୍ନଟ

78

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୦୬୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୦୬୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୨୦୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୮୩ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୯୩ ଜଣଙ୍କ ମଧ୍ୟରୁ ୧୧୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୮୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୨ ଜଣ, ଭଦ୍ରକ ଜିଲ୍ଲାରେ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୫ ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଖୋର୍ଦ୍ଧାରୁ ୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସ ଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ୍ ପୁଲରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.