ରାଜ୍ୟରେ ଗୋଟିଏ ଦିନରେ ୧୫୧ କରୋନା ଆକ୍ରାନ୍ତ ଚିହ୍ନଟ

66

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୫୦୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୫୦୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୯୨୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧୦୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୫୧ ଜଣଙ୍କ ମଧ୍ୟରୁ ୮୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୬୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବରଗଡ଼ରୁ ୧ ଜଣ, ଭଦ୍ରକ ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ୬ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଗଜପତିରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଗଂଜାମ ଜିଲ୍ଲାରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସ ଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧୦ ଜଣ ଓ ରାୟଗଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ସମ୍ବଲପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ୍ ପୁଲରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.