ରାଜ୍ୟରେ ଗୋଟିଏ ଦିନରେ ୧୯୫ କରୋନା ଆକ୍ରାନ୍ତ ଚିହ୍ନଟ

64

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୯୫୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୯୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୯୫୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୪୩୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୭୧ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୯୫ ଜଣଙ୍କ ମଧ୍ୟରୁ ୧୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଓ ବରଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗିର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୧ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୫ ଜଣ ଗଜପତିରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ଗଂଜାମ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ମଧ୍ୟ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୯୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସ ଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୪ ଜଣ ଓ ରାୟଗଡ଼ା ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.