ରାଜ୍ୟରେ ଗୋଟିଏ ଦିନରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ

99

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୨୪୧

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୨୪୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୬୨୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧୩୭ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୮୬ ଜଣଙ୍କ ମଧ୍ୟରୁ ୧୬୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୪୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୭ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ଗଂଜାମ ଜିଲ୍ଲାରେ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସ ଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ୍ ପୁଲରୁ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.