ରାଜ୍ୟରେ ଗୋଟିଏ ଦିନରେ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ

65

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୪୧୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୪୧୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୯୨୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୦୧ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୭୩ ଜଣଙ୍କ ମଧ୍ୟରୁ ୧୦୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୮୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୩ ଜଣ ଓ ଭଦ୍ରକ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୪ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ଗଂଜାମ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧ ଜଣ ସଂକ୍ରମିତ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ସମ୍ବଲପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ ପୁଲରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.