ରାଜ୍ୟରେ ଗୋଟିଏ ଦିନରେ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ

68

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୭୫୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୭୫୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୩୬୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୯୮ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୭୮ ଜଣଙ୍କ ମଧ୍ୟରୁ ୧୦୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୮୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୨, ବାଲେଶ୍ୱର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧ ଜଣ ଓ ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲାରୁ ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଓ ଗଂଜାମ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.