ରାଜ୍ୟରେ ଗୋଟିଏ ଦିନରେ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ

0 48

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୧୪୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୧୪୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୭୨୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୨୫ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୧୮ ଜଣଙ୍କ ମଧ୍ୟରୁ ୧୨୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୨, ବାଲେଶ୍ୱର ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବ ବେଳେ ବଲାଙ୍ଗୀର ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୫ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଗଂଜାମ ଜିଲ୍ଲାରେ ୫, ଜଗତସିଂହପୁର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧ ତଥା କଳାହାଣ୍ଡି ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୧୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ୍ ପୁଲରୁ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.