ରାଜ୍ୟରେ ଗୋଟିଏ ଦିନରେ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ

0 51

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୩୧୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୩୧୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୮୩୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୮୯ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୭୩ ଜଣଙ୍କ ମଧ୍ୟରୁ ୯୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୮୪ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବ ବେଳେ ବଲାଙ୍ଗୀର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୧୨ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ମଟ ହୋଇଥିବା ବେଳେ ଓ ଗଜପତି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗଂଜାମ ଜିଲ୍ଲାରେ ୧, ଜଗତସିଂହପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୮୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ୍ ପୁଲରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.