ରାଜ୍ୟରେ ଗୋଟିଏ ଦିନରେ ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ

65

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୨୭୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୨୭୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୦୦୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୭୬ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୫୪ ଜଣଙ୍କ ମଧ୍ୟରୁ ୯୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୭୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଓ ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୨୦ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ମଟ ହୋଇଥିବା ବେଳେ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଗଂଜାମ ଜିଲ୍ଲାରେ ୪, ଜଗତସିଂହପୁର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଓ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨ଜଣ ଓ ଷ୍ଟେଟ୍ ପୁଲରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.