ରାଜ୍ୟରେ ଗୋଟିଏ ଦିନରେ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ

71

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୦୨୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୦୨୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୭୦୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୨୧ ରହିଛି।

ଆଜି ଚିହ୍ନଟ ହୋଇଥିବା ୧୮୬ ଜଣଙ୍କ ମଧ୍ୟରୁ ୧୦୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୩, ବାଲେଶ୍ୱର ଜିଲ୍ଲାରୁ ୧ ଓ ବରଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୮ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ମଟ ହୋଇ ନ ଥିବା ବେଳେ ଓ ଗଜପତି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗଂଜାମ ଜିଲ୍ଲାରେ ୧, ଜଗତସିଂହପୁର ଜିଲ୍ଲାରୁ ୩, ଯାଜପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ଖୋର୍ଦ୍ଧାରୁ ୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.