ଦେଶରେ ୨୪ ଘଣ୍ଟାରେ ବାହାରିଲେ ୭ ହଜାରରୁ ଅଧିକ କରୋନା ପଜିଟିଭ୍

0 74

ନୂଆଦିଲ୍ଲୀ ୨୫.୧୨: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭,୧୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୭୭୦୩୨ ସକ୍ରିୟ ମାମଲା ରହିଛି ଏବଂ ୩୪୨୨୩୨୬୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୭୯୫୨୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.