ଏକାମ୍ର ଅଞ୍ଚଳରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0 73

ଭୁବନେଶ୍ବର : ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କାର ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ରହିଛି । ଶୁଭାରମ୍ଭ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ (ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍), ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍‌ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍‌ରେ ବକ୍‌ସ କଲ୍‌ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ୍ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦାମାନଙ୍କର ଥଇଥାନ, ସମ୍‌ ହସ୍‌ପିଟାଲ ରାସ୍ତାର ଆଲୋକୀକରଣ, ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ଯ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟା ନଦୀ ଦକ୍ଷିଣ ବନ୍ଧର ସୁଦୃଢୀକରଣ ଓ ଉନ୍ନତିକରଣ ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି ।

Leave A Reply

Your email address will not be published.