ରାଜ୍ୟରେ ୨୪ ଘଣ୍ଟାରେ ୨୯୮ କୋଭିଡ୍ ପଜିଟିଭ୍

0 58

ଭୁବନେଶ୍ୱର ୦୧।୦୧ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି ।

Leave A Reply

Your email address will not be published.