କୁମ୍ଭୀର ଗଣନା ପାଇଁ ଭିତରକନିକା ବନ୍ଦ

0 65

ରାଜନଗର: ଚଳିତବର୍ଷ କୁମ୍ଭୀର ଗଣନା ପାଇଁ ଜାନୁଆରୀ ୨ରୁ ୧୧ତାରିଖ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଆସିବାକୁ ବାରଣ କରାଯାଇଛି। ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ। ଶୀତ ଅଧିକ ହେଲେ ଛୋଟ ଓ ବଡ଼ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡ଼ି ରହିଥାନ୍ତି। ଭିତରକନିକାର ନଦୀନାଳଗୁଡ଼ିକ ମୁଖ୍ୟତଃ ଜୁଆରିଆ ରହୁଥିବାରୁ ଅମାବାସ୍ୟା ତିଥି ପରେ ଉଚ୍ଚ ଜୁଆର ନ ଆସିବା ଯୋଗୁଁ ନଦୀପଠା ବୁଡି ନ ଥାଏ। ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବା ପାଇଁ ସୁବିଧା ହୋଇଥାଏ। ନଦୀ ପଠାରେ ଶୋଇଥିବା ଚିହ୍ନରୁ ଏହାର ଲମ୍ବ ମପାଯାଇ ବୟସ ବର୍ଗ ସ୍ଥିର କରାଯାଇଥାଏ।

Leave A Reply

Your email address will not be published.