ସୁନ୍ଦରଗଡରେ ୨ଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

0 76

ଭୁବନେଶ୍ବର ୧୦।୧: ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ କାର୍ଯ୍ୟ ଆଗାମୀ ୨ ବର୍ଷରେ ଶେଷ ହେବ ଏବଂ ଏହାଦ୍ବାରା ସୁନ୍ଦରଗଡ ମ୍ୟୁନିସିପାଲଟି, ସୁନ୍ଦରଗଡ ସଦର ବ୍ଲକ୍, ଲେଫ୍ରିପଡା, ବାଲିଶଂକରା ଓ ଟାଙ୍ଗରପାଲି ଆଦି ବ୍ଲକ୍ ୪୭ ହଜାର ଲୋକ ଉପକୃତ ହେବେ । ଏହା ସହିତ  ୪୮୮ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବ । ଉପରୋକ୍ତ ବ୍ଲକଗୁଡିକରେ ଘରେ ଘରେ ପାନୀୟ ଜଳଯୋଗାଣ ସୁବିଧା ହୋଇପାରିବ ଓ ମତ୍ସ୍ୟଜୀବୀମାନେ ଏହି ବ୍ୟାରେଜରେ ମାଛ ଚାଷ କରି ଜୀବିକା ଉପର୍ଜନ କରିପାରିବେ । ଏହି ଦୁଇଟି ବ୍ୟାରେଜ ଉପରେ ବ୍ରିଜ କରାଯାଉଥିବାରୁ ଲେଫ୍ରିପଡା ଓ ଟାଙ୍ଗରପଲ୍ଲୀ ବ୍ଲକର ଲୋକମାନେ ରାଉରକେଲା ସହିତ ସିଧାସଳଖ ଯୋଗାଯୋଗ ସୁବିଧା ପାଇବେ ।

Leave A Reply

Your email address will not be published.