ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ

0 68

ଭୁବନେଶ୍ୱର ୧୬।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୧୧୧୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୩୯୧୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୭୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୯୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୧୬ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୨, ବାଲେଶ୍ୱର ଜିଲ୍ଲାରୁ ୩୪୨ଜଣ, ବରଗଡ଼ ଜିଲ୍ଲାରୁ ୧୨୩ଜଣ, ଭଦ୍ରକ ଜିଲ୍ଲାରୁ ୯୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧୨ଜଣ, ବୌଦ୍ଧ ଜିଲ୍ଲାରୁ ୭୧ଜଣ, କଟକ ଜିଲ୍ଲାରୁ ୮୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୫ଜଣ, ଗଜପତି ଜିଲ୍ଲାରୁ ୭୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୦୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬୪ଜଣ, ଯାଜପୁର ଜିଲ୍ଲାରୁ ୧୭୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭୩ଜଣ, କନ୍ଧମାଳ ଜିଲ୍ଲାରୁ ୪୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୨୪ଜଣ, କୋରାପୁଟ ଜିଲ୍ଲାରୁ ୧୫୨ଜଣ, ମାଲକାନଗିରି ଜିଲ୍ଲାରୁ ୪୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫୫ଜଣ, ନୟାଗଡ଼ ଜିଲ୍ଲାରୁ ୧୫୯ଜଣ, ନୂଆପଡ଼ା ଜିଲ୍ଲାରୁ ୭୯ଜଣ, ପୁରୀ ଜିଲ୍ଲାରୁ ୧୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୮୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୭୯ଜଣ, ସୋନପୁର ଜିଲ୍ଲାରୁ ୨୩୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧୩୬ଜଣ, ଷ୍ଟେଟ ପୁଲ୍‌ରୁ ୭୩୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୩୩୯୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୭୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୫୬୧୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୬୩୧୪୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.