ଦେଶରେ ପୁଣି କରୋନା ବିସ୍ଫୋରଣ

0 52

୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ

ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ବିସ୍ଫୋରଣ । ପୁଣି ହୁ ହୁ ବଢିବା ଆରମ୍ଭ କରିଛି କରୋନା ସଂକ୍ରମଣ । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ଅଢେଇ ଲକ୍ଷ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫୮୦୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୮୫ ଛୁଇଁଛି । ଏବେସୁଦ୍ଧା ଦେଶରେ ୩ କୋଟି ୬୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୬୫୬୩୪୧ ସକ୍ରିୟ ମାମଲା ରହିଛି ଏବଂ ୩୫୨୩୭୪୬୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୬୪୫୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.