ରାଜ୍ୟରେ ୧୦୩୬୮ କରୋନା ପଜିଟିଭ୍ ଚିହ୍ନଟ

0 67

ଭୁବନେଶ୍ୱର ୨୦।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୭୪୬୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୩୫୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୯୦ଜଣ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦୪ଜଣ, ବରଗଡ଼ ଜିଲ୍ଲାରୁ ୧୫୨ଜଣ, ଭଦ୍ରକ ଜିଲ୍ଲାରୁ ୧୨୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫୩ଜଣ, ବୌଦ୍ଧ ଜିଲ୍ଲାରୁ ୭୬ଜଣ, କଟକ ଜିଲ୍ଲାରୁ ୯୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୭୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୩ଜଣ, ଗଜପତି ଜିଲ୍ଲାରୁ ୧୦୦ଜଣ, ଗଞ୍ଜାମ ଜିଲ୍ଲାରୁ ୮୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬୫ଜଣ, ଯାଜପୁର ଜିଲ୍ଲାରୁ ୨୯୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯୪ଜଣ, କନ୍ଧମାଳ ଜିଲ୍ଲାରୁ ୮୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩୬ଜଣ, କୋରାପୁଟ ଜିଲ୍ଲାରୁ ୨୦୨ଜଣ, ମାଲକାନଗିରି ଜିଲ୍ଲାରୁ ୫୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬୨ଜଣ, ନୟାଗଡ଼ ଜିଲ୍ଲାରୁ ୧୪୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୯୬ଜଣ, ପୁରୀ ଜିଲ୍ଲାରୁ ୧୪୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୪୭ଜଣ, ସୋନପୁର ଜିଲ୍ଲାରୁ ୧୮୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୦୫ଜଣ, ଷ୍ଟେଟ ପୁଲ୍‌ରୁ ୬୬୪ଜଣ ରହିଛନ୍ତି ।

Leave A Reply

Your email address will not be published.