ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୪୭ ହଜାରରୁ ଅଧିକ କରୋନା ପଜିଟିଭ୍

0 64

ନୂଆଦିଲ୍ଲୀ ୨୧/୦୧: ଦେଶରେ ପୁଣି କରୋନା ବିସ୍ଫୋରଣ । ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୩ ଲକ୍ଷ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୦୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୪୭୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୭୦୩ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୭୪ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୦୧୮୮୨୫ ସକ୍ରିୟ ମାମଲା ରହିଛି ଏବଂ ୩୬୦୫୮୮୦୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୮୩୯୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.