ଦେଶରେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ

0 69

ନୂଆଦିଲ୍ଲୀ ୨୨/୦୧: ବୋଲ ମାନୁନି କରୋନା । ଦେଶରେ ପୁଣି କରୋନା ବିସ୍ଫୋରଣ ।   ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୩ ଲକ୍ଷ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୮୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୩୭୭୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୮୮ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୭୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୧୧୩୩୬୫ ସକ୍ରିୟ ମାମଲା ରହିଛି ଏବଂ ୩୬୩୦୧୪୮୨ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୮୮୮୮୪ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.