ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ

0 72

ମାଲକାନଗିରି ୨୪।୦୧: ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରୁ ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଖବର ଅନୁଯାୟୀ, ନାରାୟଣପୁର ଜଙ୍ଗଲରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିଲା । ଜଙ୍ଗଲରେ ପୋଲିସ କୁମ୍ବିଂ ଅପରେସନ କରୁଥିବା ଦେଖି ମାଓବାଦୀମାନେ ଗୁଳି ଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ପୋଲିସ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲେ । ଶେଷରେ ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରଣ ସାମଗ୍ରୀ ଜବତ ହୋଇଛି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Leave A Reply

Your email address will not be published.