ରାଜ୍ୟରେ ୨୪ ଘଣ୍ଟାରେ ୫୮୯୧ କୋଭିଡ୍ ପଜିଟିଭ୍ ଚିହ୍ନଟ

0 64

ଭୁବନେଶ୍ୱର ୨୪।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୭୮୪୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୧୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୫୨ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩୪ଜଣ, ବରଗଡ଼ ଜିଲ୍ଲାରୁ ୮୫ଜଣ, ଭଦ୍ରକ ଜିଲ୍ଲାରୁ ୯୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩୮ଜଣ, ବୌଦ୍ଧ ଜିଲ୍ଲାରୁ ୯୩ଜଣ, କଟକ ଜିଲ୍ଲାରୁ ୪୮୨ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩୩ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଗଞ୍ଜାମ ଜିଲ୍ଲାରୁ ୭୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୮ଜଣ, ଯାଜପୁର ଜିଲ୍ଲାରୁ ୨୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୮୮ଜଣ, କନ୍ଧମାଳ ଜିଲ୍ଲାରୁ ୭୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୦୦ଜଣ, କୋରାପୁଟ ଜିଲ୍ଲାରୁ ୧୨୮ଜଣ, ମାଲକାନଗିରି ଜିଲ୍ଲାରୁ ୫୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୫ଜଣ, ନୟାଗଡ଼ ଜିଲ୍ଲାରୁ ୨୦୫ଜଣ, ନୂଆପଡ଼ା ଜିଲ୍ଲାରୁ ୫୬ଜଣ, ପୁରୀ ଜିଲ୍ଲାରୁ ୬୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୫୮ଜଣ, ସୋନପୁର ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୦୧ଜଣ, ଷ୍ଟେଟ ପୁଲ୍‌ରୁ ୨୯୯ଜଣ ରହିଛନ୍ତି ।

Leave A Reply

Your email address will not be published.