ରାଜ୍ୟରେ କରୋନାରେ ଆଉ ୧୮ ମୃତ

0 67

ଭୁବନେଶ୍ୱର ୩୧।୦୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୨୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଜଗତସିଂହପୁର ଜିଲ୍ଲାରୁ ୨ଜଣ ଏବଂ ଢେଙ୍କାନାଳ, କଟକ, ଭଦ୍ରକ, କେନ୍ଦୁଝର, ପୁରୀ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୯୨୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୨୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୯୩୩୬୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୬୨୭୧୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.