ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୫୦ କୋଭିଡ୍ ପଜିଟିଭ୍

0 62

ଭୁବନେଶ୍ୱର ୦୨।୦୨ : ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୫୭୭୬ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୪୩୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୩୬ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୫ଜଣ, ବରଗଡ଼ ଜିଲ୍ଲାରୁ ୮୨ଜଣ, ଭଦ୍ରକ ଜିଲ୍ଲାରୁ ୫୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୩ଜଣ, ବୌଦ୍ଧ ଜିଲ୍ଲାରୁ ୫୩ଜଣ, କଟକ ଜିଲ୍ଲାରୁ ୨୦୨ଜଣ, ଦେଓଗଡ଼ ଜିଲ୍ଲାରୁ ୭୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫ଜଣ, ଗଜପତି ଜିଲ୍ଲାରୁ ୭୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୪ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୬୩ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୩୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୧୪ଜଣ, କୋରାପୁଟ ଜିଲ୍ଲାରୁ ୫୩ଜଣ, ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୯ଜଣ, ନୟାଗଡ଼ ଜିଲ୍ଲାରୁ ୧୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୮୧ଜଣ, ପୁରୀ ଜିଲ୍ଲାରୁ ୭୨ଜଣ, ରାୟଗଡ଼ା ଜିଲ୍ଲାରୁ ୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୧ଜଣ, ସୋନପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮୭ଜଣ, ଷ୍ଟେଟ ପୁଲ୍‌ରୁ ୧୪୫ଜଣ ରହିଛନ୍ତି ।

Leave A Reply

Your email address will not be published.