ରାଜ୍ୟରେ ଆଉ ୧୮ ମୁଣ୍ଡ ନେଲା କରୋନା

0 73

ଭୁବନେଶ୍ୱର ୦୩।୦୨ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୬୨୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ , ଜଗତସିଂହପୁର, ଭଦ୍ରକ, ଖୋର୍ଦ୍ଧା , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଦେବଗଡ଼, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୯୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୩୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୧୫୩୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୮୧୨୨୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.