ରାଜ୍ୟରେ ଆଉ ୨୨ ମୁଣ୍ଡ ନେଲା କରୋନା

0 73

ଭୁବନେଶ୍ୱର ୫।୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୦୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦୁଝର ଜିଲ୍ଲାରୁ ୨ଜଣ ରହିଥିବା ବେଳେ ସୋନପୁର, ନବରଙ୍ଗପୁର, ନୟାଗଡ଼, ବୌଦ୍ଧ, ଜଗତସିଂହପୁର, ଗଞ୍ଜାମ, ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.