ଲତା ମଙ୍ଗେଶକରଙ୍କ ପରଲୋକ

0 68

ମୁମ୍ବାଇ: ମୁମ୍ବାଇର ବ୍ରିଚ୍‌କ୍ୟାଣ୍ଡି ହସ୍‌ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ବ୍ରିଚ୍‌କ୍ୟାଣ୍ଡି ହସ୍‌ପିଟାଲ୍‌ ସିଇଓ ଡାକ୍ତର ଏନ୍‌ ସନ୍ଥନାମ ଏହି ଖବର ସ୍ପଷ୍ଟ କରିଛନ୍ତି। ଆଜି ସକାଳ ୮ଟା ୧୨ ମିନିଟ୍‌ରେ ସମସ୍ତଙ୍କ ପ୍ରିୟ ଲତାଙ୍କ ପରଲୋକ ହୋଇଥିଲା। ଜାନୁଆରୀ ୮ ତାରିଖରେ ଲତା ମଙ୍ଗେଶକର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ବୟସାଧିକ ଯୋଗୁ ତାଙ୍କୁ ସଙ୍ଗେ ସଙ୍ଗେ ବ୍ରିଚ୍‌କ୍ୟାଣ୍ଡି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତା’ପରେ ସେ ନିମୋନିଆରେ ମଧ୍ୟ ପୀଡ଼ିତ ଥିବା ଜଣାପଡ଼ିଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଜାନୁଆରୀ ୨୮ ତାରିଖରେ ତାଙ୍କୁ ଭେଣ୍ଟିଲେଟରରୁ ବାହାର କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିବା ଡାକ୍ତର କହିଥିଲେ। ତେବେ ହଠାତ୍ ଗତକାଲି ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନ୍ନତି ଦେଖାଯାଇଥିଲା। ତାଙ୍କୁ ପୁଣି ଭେଣ୍ଟିଲେଟରରେ ରଖାଯାଇଥିଲା। କିନ୍ତୁ ତାଙ୍କଠାରେ ଆଉ କୌଣସି ଉନ୍ନତି ପରିଲକ୍ଷିତ ହୋଇ ନଥିଲା। ଆଉ ଆଜି ସକାଳେ ସେ ଆଖି ବୁଜି ଦେଇଥିଲେ।

Leave A Reply

Your email address will not be published.