ରାଜ୍ୟରେ ୨୪ ଘଣ୍ଟାରେ ୧୫୦୩ କୋଭିଡ୍ ପଜିଟିଭ୍ ଚିହ୍ନଟ

0 67

ଭୁବନେଶ୍ୱର ୦୮।୦୨ : ଗତ ୨୪ ଘଣ୍ଟା ମଧ୍ୟରେ ୧୫୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯୮୧୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୭୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୨୯ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୧ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୨୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୩ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୮୩ଜଣ, ଦେଓଗଡ଼ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୩୭ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୫୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୫୩ଜଣ, ନୂଆପଡ଼ା ଜିଲ୍ଲାରୁ ୨୫ଜଣ, ପୁରୀ ଜିଲ୍ଲାରୁ ୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୩୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ ପୁଲ୍‌ରୁ ୬୧ଜଣ ରହିଛନ୍ତି ।

Leave A Reply

Your email address will not be published.