ରାଜ୍ୟରେ କରୋନା ନେଲା ଆଉ ୨୨ ମୁଣ୍ଡ

0 75

ଭୁବନେଶ୍ୱର ୦୯।୦୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୧୪ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.