ରାଜ୍ୟରେ କରୋନା ନେଲା ଆଉ ୨୨ ମୁଣ୍ଡ

0 69

ଭୁବନେଶ୍ୱର ୧୩।୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୪୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସୁନ୍ଦରଗଡ଼ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.