ରାଜ୍ୟରେ କରୋନା ନେଲା ଆଉ ୨୦ ମୁଣ୍ଡ

0 74

ଭୁବନେଶ୍ୱର ୧୪।୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କଟକ ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.