ରାଜ୍ୟରେ ୮୫୯ କୋଭିଡ୍ ପଜିଟିଭ୍ ଚିହ୍ନଟ

0 63

ଭୁବନେଶ୍ୱର ୧୪।୦୨ : ଗତ ୨୪ ଘଣ୍ଟା ମଧ୍ୟରେ ୮୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୧୨୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭୨ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୬୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୩୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୪୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୫ଜଣ, କୋରାପୁଟ ଜିଲ୍ଲାରୁ ୭୧ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି ।

Leave A Reply

Your email address will not be published.