ରାଜ୍ୟରେ କରୋନା ନେଲା ଆଉ ୨୨ ମୁଣ୍ଡ

0 72

ଭୁବନେଶ୍ୱର ୧୫।୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ୬ଜଣ ରହିଥିବା ବେଳେ ଖୋର୍ଦ୍ଧା ୫ଜଣ ରହିଛନ୍ତି । କଟକ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଭଦ୍ରକ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.