ରାଜ୍ୟରେ ୨୪ ଘଣ୍ଟାରେ ୯୨୫ କୋଭିଡ୍ ପଜିଟିଭ୍ ଚିହ୍ନଟ

0 64

ଭୁବନେଶ୍ୱର ୧୫।୦୨ : ଗତ ୨୪ ଘଣ୍ଟା ମଧ୍ୟରେ ୯୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୦୪୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୮୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୦୩ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୫୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ୩୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୪୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୯ଜଣ, କୋରାପୁଟ ଜିଲ୍ଲାରୁ ୪୬ଜଣ, ମାଲକାନାଗିରି ଜିଲ୍ଲାରୁ ୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ଜଣ, ଷ୍ଟେଟ ପୁଲ୍‌ରୁ ୨୪ଜଣ ରହିଛନ୍ତି ।

Leave A Reply

Your email address will not be published.