ରାଜ୍ୟରେ କରୋନା ନେଲା ଆଉ ୧୯ ମୁଣ୍ଡ

ଭୁବନେଶ୍ୱର ୧୬।୦୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ସୋନପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *