ରାଜ୍ୟରେ କରୋନା ନେଲା ଆଉ ୧୮ ମୁଣ୍ଡ

0 69

ଭୁବନେଶ୍ୱର ୧୯।୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୪ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।

Leave A Reply

Your email address will not be published.