ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୯।୦୨ : ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୧୯୮୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୪୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୫୮୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୭୬୬୦୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *