ରାଜ୍ୟରେ ୨୪ ଘଣ୍ଟାରେ ୪୯୨ କୋଭିଡ୍ ପଜିଟିଭ୍ ଚିହ୍ନଟ

sharethis sharing button

ଭୁବନେଶ୍ୱର ୨୦।୦୨ : ଗତ ୨୪ ଘଣ୍ଟା ମଧ୍ୟରେ ୪୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୪୮୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୨୪୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୩୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୭୧୦୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୮୨୬୧୧୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *