ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ

0 67

ଭୁବନେଶ୍ୱର୨୨।୦୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬ ଜଣ, ବାଲେଶ୍ବରରୁ ୨ ଜଣ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.