ରାଜ୍ୟରେ ୨୪ ଘଣ୍ଟାରେ ୪୨୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୨୨।୦୨ : ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୨୯୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୬ ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *