ରାଜ୍ୟରେ କରୋନା ନେଲା ଆଉ ୯ ମୁଣ୍ଡ

0 66

ଭୁବନେଶ୍ୱର ୨୩।୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୩୬୩୯ ୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୯୯୧୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.