ରାଜ୍ୟରେ ୨୪ ଘଣ୍ଟାରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୨୩/୦୨: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୬୩୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୩୬୩୯ ୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୯୯୧୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *