ରାଜ୍ୟରେ ୨୪ ଘଣ୍ଟାରେ ୩୩୯ କରୋନା ପଜିଟିଭ୍ ଚିହ୍ନଟ

0 73

ଭୁବନେଶ୍ୱର ୨୪।୦୨ : ଗତ ୨୪ ଘଣ୍ଟା ମଧ୍ୟରେ ୩୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୯୭୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୪୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୪୦ ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୯୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୧୦୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୦୪୫୪୩୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.