ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ

0 56

ଭୁବନେଶ୍ୱର ୨୬।୦୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୨୪୨୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୧୫୫୬୨୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.