ରାଜ୍ୟରେ ୨୪ ଘଣ୍ଟାରେ ୨୯୩ କରୋନା ପଜିଟିଭ୍ ଚିହ୍ନଟ

0 71

ଭୁବନେଶ୍ୱର ୨୬।୦୨ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୬୧୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୭ଜଣ ରହିଛନ୍ତି ।

Leave A Reply

Your email address will not be published.