ରାଜ୍ୟରେ ୨୪ ଘଣ୍ଟାରେ ୧୭୧ କରୋନା ପଜିଟିଭ୍ ଚିହ୍ନଟ

0 74

ଭୁବନେଶ୍ୱର ୨୮।୦୨ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୦୩୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୩ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ. ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୫ଜଣ ରହିଛନ୍ତି ।

Leave A Reply

Your email address will not be published.