ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ

0 66

ଭୁବନେଶ୍ୱର ୦୧।୦୩ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ସୁନ୍ଦରଗଡ଼, ମୟୁରଭଞ୍ଜ, ଗଞ୍ଜାମ, କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୪୦୪୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୩୫୮୭୪୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.