ରାଜ୍ୟରେ ୨୪ ଘଣ୍ଟାରେ ୧୪୫ କରୋନା ପଜିଟିଭ୍

0 72

ଭୁବନେଶ୍ୱର ୦୫।୦୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୭୬୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

Leave A Reply

Your email address will not be published.